
ପ୍ରାକ୍ତନ ଓଡ଼ିଆ ପ୍ରାଧ୍ୟାପକଙ୍କ ପରଲୋକ
ଓଡ଼ିଶା ଲିଡ୍ସ(ବରୀ): ଗୋପବନ୍ଧୁ ଚୌଧୁରୀ ମହାବିଦ୍ୟାଳୟର ପ୍ରାକ୍ତନ ପ୍ରାଧ୍ୟାପକ ହାଡ଼ିବନ୍ଧୁ ସାହୁଙ୍କର ଗତକାଲି ପ୍ରାୟ ଦିନ ୨ ୩୦ ମିନିଟ ସମୟରେ ଦେହାନ୍ତ ହୋଇ ଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା । ହଠାତ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ବରୀ ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର କୁ ଚିକିତ୍ସା ପାଇଁ ଅଣା ଯାଇଥିଲା । ସେଠାରେ ତାଙ୍କର ଦେହାନ୍ତ ହୋଇଥିଲା । ଏହି ଖବର ପାଇ ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରଫେସର ପ୍ରବୋଧ […]



























