orissaleads

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

ଟାଟୁ ବିବାଦ, ଦୁଇ ଗିରଫ

ଟାଟୁ ବିବାଦ, ଦୁଇ ଗିରଫ

ଆର୍ଥିକ ବର୍ଷ-୨୫ରେ ୧.୨୫ ଲକ୍ଷ ନିଯୁକ୍ତି ଦେବ ଭାରତୀୟ ଟେକ୍ ଶିଳ୍ପ

ଆର୍ଥିକ ବର୍ଷ-୨୫ରେ ୧.୨୫ ଲକ୍ଷ ନିଯୁକ୍ତି ଦେବ ଭାରତୀୟ ଟେକ୍ ଶିଳ୍ପ

ଟ୍ରମ୍ପଙ୍କୁ ଲାଲ ଆଖି ଦେଖାଇଲା ହମାସ

ଟ୍ରମ୍ପଙ୍କୁ ଲାଲ ଆଖି ଦେଖାଇଲା ହମାସ

ବାଇକ୍ ଚୋରି ଗ୍ୟାଙ୍ଗ୍‌କୁ ଧରିଲା ପୁଲିସ: ୧୨ ଗାଡ଼ି ସହିତ ଡୁପ୍ଲିକେଟ୍ ଚାବି ଜବତ

ବାଇକ୍ ଚୋରି ଗ୍ୟାଙ୍ଗ୍‌କୁ ଧରିଲା ପୁଲିସ: ୧୨ ଗାଡ଼ି ସହିତ ଡୁପ୍ଲିକେଟ୍ ଚାବି ଜବତ

ଆଗେଇଲା ବ୍ୟାଙ୍କ ଘରୋଇକରଣ: ମର୍ଚାଣ୍ଟ ବ୍ୟାଙ୍କର୍‌ ନିଯୁକ୍ତ କରିବେ ସରକାର

ଆଗେଇଲା ବ୍ୟାଙ୍କ ଘରୋଇକରଣ: ମର୍ଚାଣ୍ଟ ବ୍ୟାଙ୍କର୍‌ ନିଯୁକ୍ତ କରିବେ ସରକାର

୨୬୭ ଡ୍ରୋନ୍‌ ଆକ୍ରମଣ କଲା ରୁଷିଆ

୨୬୭ ଡ୍ରୋନ୍‌ ଆକ୍ରମଣ କଲା ରୁଷିଆ

Blog Post

orissaleads > ଆନ୍ତର୍ଜାତୀୟ > ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ମୁହାଁ ମୁହିଁ ହୋଇଛନ୍ତି ଦୁଇ ମହାଶକ୍ତି ଚୀନ ଓ ଆମେରିକା । ଶୁଳ୍କ ସର୍ତ୍ତକୁ ନେଇ ଦୁଇ ଦେଶ ମଧ୍ୟରେ ସଂପର୍କ ହଠାତ୍‌ ତିକ୍ତ ହୋଇଉଠିଛି । ଉଭୟ ରାଷ୍ଟ୍ର ପରସ୍ପର ବିରୋଧରେ ଉତ୍ତେଜନା ସୃଷ୍ଟିକାରୀ ବୟାନ ଦେବା ବିବାଦକୁ ଅଧିକ ଘନୀଭୂତ କରିଛି । ଗତକାଲି ଚୀନ ପକ୍ଷରୁ କଡା ଆଭିମୁଖ୍ୟ ଗ୍ରହଣ କରାଯାଇ ଏକ ବୟାନରେ କୁହାଯାଇଛି ଯେ ଆମେରିକା ସହ ଆମେ ଯେ କୌଣସି ପ୍ରକାର ଯୁଦ୍ଧ ପାଇଁ ପ୍ରସ୍ତୁତ ଅଛୁ। ଏଭଳି ଧମକ ପରେ ଆମେରିକା ଆଜି ଏହାର ଜବାବ ଦେଇଛି। ଆମେରିକା ପ୍ରତିରକ୍ଷା ସଚିବ ପିଟ୍ ହେଗ ସେଥ କହିଛନ୍ତି ଚୀନ ସହ ଯୁଦ୍ଧ ପାଇଁ ଆମେରିକା ମଧ୍ୟ ପ୍ରସ୍ତୁତ ଅଛି । ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଆମେରିକୀୟଙ୍କ ସ୍ବାର୍ଥ ରକ୍ଷା ପାଇଁ କଠୋର ନିଷ୍ପତ୍ତି ନେଉଛନ୍ତି। ଆମେ ଯେ କୌଣସି ଆହ୍ବାନର ସମ୍ମୁଖୀନ ହେବାକୁ ପ୍ରସ୍ତୁତ ଅଛୁ ବୋଲି ପ୍ରତିରକ୍ଷା ସଚିବ କହିଛନ୍ତି।

ଏଠାରେ ସୂଚନାଯୋଗ୍ୟ, ଆମେରିକାରେ ଥିବା ଚୀନ ଦୂତାବାସ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏକ ପୋଷ୍ଟ କରି କହିଥିଲା ଯଦି ଆମେରିକା ଯୁଦ୍ଧ ଚାହୁଛି ତାହେଲେ ଆମେ ଏଥିପାଇଁ ପ୍ରସ୍ତୁତ ଅଛୁ । ଶୁଳ୍କ ଯୁଦ୍ଧ ହେଉ କି ବାଣିଜ୍ୟ ଯୁଦ୍ଧ କିମ୍ବା ଅନ୍ୟ କୌଣସି ପ୍ରକାରର ଯୁଦ୍ଧ ଆମେ ଶେଷ ପର୍ଯ୍ୟନ୍ତ ଲଢ଼ିବାକୁ ପ୍ରସ୍ତୁତ ଅଛୁ।

ଅପରପକ୍ଷେ ଆମେରିକା ପ୍ରତିରକ୍ଷା ସଚିବ ପିଟ୍‌ ହେଗ ସେଥ କହିଛନ୍ତି, ଶାନ୍ତି ସ୍ଥାପନା ପାଇଁ ଯୁଦ୍ଧ ପାଇଁ ପ୍ରସ୍ତୁତ ହେବା ଦରକାର। ସଂଘର୍ଷକୁ ରୋକିବା ପାଇଁ ସାମରିକ ଶକ୍ତି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ହେଗ୍‌ସେଥ ଚୀନ ଉଦ୍ଦେଶ୍ୟରେ ବାର୍ତ୍ତା ଦେଇଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଆମେ ଆମ ସେନାକୁ ସର୍ବଶକ୍ତିମାନ କରୁଛୁ। ଶାନ୍ତି ପାଇଁ ଆମକୁ ସର୍ବାଧିକ ଶକ୍ତିଶାଳୀ ହେବାକୁ ପଡ଼ିବ ଏବଂ ଆମେରିକା ଏଥିରେ କୌଣସି ସାଲିସ କରିବ ନାହିଁ । ଚୀନ କ୍ରମାଗତ ଭାବେ ନିଜର ସାମରିକ ଶକ୍ତି ବଢ଼ାଇବା ସହ ଏବେ ଆମେରିକାକୁ ନାଲି ଆଖି ଦେଖାଉଥିବାରୁ ଆମେରିକା ପ୍ରତିରକ୍ଷା ସଚିବ ଏହାର ଦୃଢ଼ ଜବାବ ଦେଇଛନ୍ତି। ସେ କହିଛନ୍ତି ଯେ ଚୀନ ନିଜର ପ୍ରତିରକ୍ଷା ଖର୍ଚ୍ଚ ଦ୍ରୁତ ଗତିରେ ବଢ଼ାଉଛି। ଆମେରିକାର ସମକକ୍ଷ ହେବାପାଇଁ ଚୀନ ଏଭଳି ନୀତିରେ କାମ କରୁଛି ବୋଲି ସେଥ କହିଛନ୍ତି।

Leave a comment

Your email address will not be published. Required fields are marked *