orissaleads

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

Blog Post

orissaleads > ରାଜ୍ୟ > ଭକ୍ତଙ୍କ ଭାବାବେଗ ସହିତ ଖେଳ ଖେଳିଲେ ଦଇତାପତି ! ରାଜ୍ୟ ବ୍ୟାପି ପ୍ରତିକ୍ରିୟା, ସରକାରଙ୍କ ତଦନ୍ତ ନିର୍ଦ୍ଦେଶ

ଭକ୍ତଙ୍କ ଭାବାବେଗ ସହିତ ଖେଳ ଖେଳିଲେ ଦଇତାପତି ! ରାଜ୍ୟ ବ୍ୟାପି ପ୍ରତିକ୍ରିୟା, ସରକାରଙ୍କ ତଦନ୍ତ ନିର୍ଦ୍ଦେଶ

ଓଡିଶା ଲିଡ୍ସ(ବ୍ୟୁରୋ): ପ୍ରତି ଓଡ଼ିଆଙ୍କ ପରିଚୟ ମହାପ୍ରଭୁ ଶ୍ରୀଜଗନ୍ନାଥ । ଶ୍ରଦ୍ଧାଳୁଙ୍କ ଭାବାବେଗ ଜଡିତ କାଳିଆ ଠାକୁରଙ୍କ ସହିତ । ହେଲେ ଦଇତାପତି ରାମକୃଷ୍ଣ ଦାସ ମହାପାତ୍ର କୋଟି କୋଟି ଭକ୍ତଙ୍କ ଭାବାବେଗ ସହିତ ଖେଳ ଖେଳିଥିବାର ଅଭିଯୋଗ ହୋଇଛି । ଯାହାକୁ ନେଇ ସାରା ରାଜ୍ୟରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି ହୋଇଛି । ପ୍ରତିକ୍ରିୟା ବଢିବା ପରେ ସରକାର ଏହାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । ପଶ୍ଚିମ ବଙ୍ଗର ଦୀଘା ଠାରେ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉଦ୍ୟମରେ ବିଶାଳ ଜଗନ୍ନାଥ ମନ୍ଦିର ନିର୍ମାଣ ହୋଇଛି । ମନ୍ଦିର ପ୍ରତିଷ୍ଠା ଉତ୍ସବକୁ ଯାଇଥିଲେ ବରିଷ୍ଠ ଦଇତାପତି ରାମକୃଷ୍ଣ ଦାସ ମହାପାତ୍ର । କାର୍ଯ୍ୟକ୍ରମରେ ଉପସ୍ଥିତ ରହିବା ପରେ ଏକ ଚ୍ୟାନେଲକୁ ସାକ୍ଷାତକାରରେ ସେ କହିଥିଲେ ନବକଳେବର ଦାରୁ ଯାହା ଶ୍ରୀମନ୍ଦିର ଭିତରେ ରହିଥାଏ ମୁଁ ସେଇ ଦାରୁରେ ବିଗ୍ରହ ତିଆରି କରି ଏଠାକୁ ଆଣିଛି । ଏହି କେଇପଦ କଥା କୋଟି କୋଟି ଓଡ଼ିଆ ଜଗନ୍ନାଥ ଭକ୍ତଙ୍କୁ ବେଶ ଆଘାତ ଦେଇଛି । ଭକ୍ତଙ୍କ ମଧ୍ୟରେ ସେବାୟତ ରାମକୃଷ୍ଣ ଦାସ ମହାପାତ୍ର ସୀମା ଟପିଛନ୍ତି ବୋଲି ପ୍ରତିକ୍ରିୟା ସୃଷ୍ଟି ହୋଇ ତୀବ୍ର ହେଉଛି । ଦୀଘାରେ ନିର୍ମାଣ ହୋଇଥିବା ଜଗନ୍ନାଥ ମନ୍ଦିରରେ ପଥର ମୂର୍ତ୍ତି ନିର୍ମାଣ ହୋଇଥିଲା । ପଥର ମୂର୍ତ୍ତିରେ ପ୍ରାଣ ପ୍ରତିଷ୍ଠା ହୁଏ ନାହିଁ ବୋଲି କହି ସେଠାକୁ ନିମନ୍ତ୍ରିତ ହୋଇଥିବା ରାମକୃଷ୍ଣ ଦାସ ମହାପାତ୍ର ଦାରୁ ବିଗ୍ରହ ନେଇ ଯାଇଥିଲେ । ଆଉ ଯେଉଁ ଦାରୁରେ ବିଗ୍ରହ ନିର୍ମାଣ ହୋଇଥିଲା ତାହା ଶ୍ରୀ ମନ୍ଦିରରେ ଥିବା ଦାରୁରେ ନିର୍ମାଣ ହୋଇଥିବା ଅଭିଯୋଗ ହୋଇଛି । ନବ କଳେବର ସମୟରେ ବିଗ୍ରହ ନିର୍ମାଣ ପାଇଁ ଆସିଥିବା ଦାରୁରେ ବିଗ୍ରହ ନିର୍ମାଣ ହୁଏ । ବିଗ୍ରହ ନିର୍ମାଣ ପରେ ବଳକା ଦାରୁ ମନ୍ଦିରରେ ସୁରକ୍ଷିତ ରଖାଯାଏ । କାରଣ ଯଦି କୌଣସି କାରଣରୁ ଶ୍ରୀ ଅଙ୍ଗରେ କିଛି ତ୍ରୁଟି ଦେଖାଯାଏ ତେବେ ଏହି ଗଚ୍ଛିତ ଦାରୁ ବ୍ୟବହାର ହୁଏ । ହେଲେ ଏହି ଦାରୁରେ ପ୍ରତିମା ନିର୍ମାଣ କରି ଶ୍ରୀ ଦାସ ମହାପାତ୍ର ଦୀଘା ନେଇଥିବା ଅଭିଯୋଗ ହୋଇଛି । ଚ୍ୟାନେଲରେ ପ୍ରତିକ୍ରିୟା ଦେଇ ବିବାଦରେ ଛନ୍ଦି ହେବା ପରେ ଏବେ ଏହାକୁ ଖଣ୍ଡନ କରୁଛନ୍ତି ଦଇତା ପତି ଶ୍ରୀ ଦାସ ମହାପାତ୍ର । ଖବର ଜଣା ପଡିବା ପରେ ରାଜ୍ୟରେ ତୀଵ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହାକୁ ନେଇ ସରକାର କଡା ଆଭିମୁଖ୍ୟ ଦେଖାଇଛନ୍ତି। ତଦନ୍ତ ପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦେବା ସହିତ ଦୋଷୀ ସାବ୍ୟସ୍ତ ହେଲେ ଦଣ୍ଡ ବିଧାନ କରାଯିବ ବୋଲି ମଧ୍ୟ ଚେତାବନୀ ଦେଇଛନ୍ତି । ପଶ୍ଚିମ ବଙ୍ଗରେ ବହୁ ଜଗନ୍ନାଥ ଭକ୍ତ ରହିଥିଲା ବେଳେ ବର୍ଷ ତମାମ ପର୍ଯ୍ୟଟକ ଭାବେ ପୁରୀ ଆସନ୍ତି । ଯାହା ପୁରୀ ଶ୍ରୀମନ୍ଦିର ସହିତ ପୁରୀର ଆର୍ଥିକ ବିକାଶ କରେ । ରାଜ୍ୟବାସୀଙ୍କ ଅଭିଯୋଗ ଅନୁଯାୟୀ ଏହି ପର୍ଯ୍ୟଟକ ମାନଙ୍କୁ ଅଟକାଇବା ପାଇଁ ସମୁଦ୍ର ଥିବା ଦୀଘାରେ ମମତା ଜଗନ୍ନାଥଙ୍କ ମନ୍ଦିର ନିର୍ମାଣ କରିଛନ୍ତି । ଏହା ରାଜ୍ୟ ବିରୋଧରେ ଏକ ଷଡ଼ଯନ୍ତ୍ର । ଆଉ ଏହି ଷଡ଼ଯନ୍ତ୍ରରେ ସାମିଲ ହୋଇ ଯାଇଛନ୍ତି ବରିଷ୍ଠ ଦଇତାପତି । ଅନ୍ୟ ପକ୍ଷରେ ପ୍ରଶ୍ନ ଉଠିଛି ଯଦି ଶ୍ରୀ ଦାସ ମହାପାତ୍ର ଦାରୁ ନେଇ ବିଗ୍ରହ ପ୍ରତିଷ୍ଠା କରିଥିଲେ ତେବେ ସେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଗଜପତି ମହାରାଜ ଓ ପୁରୀ ଶଙ୍କରାଚାର୍ଯ୍ୟଙ୍କ ଅନୁମତି ନେଇ ଥିଲେ କି ? ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସୁଥିଲା ବେଳେ ଏ ବିଷୟରେ ଆଲୋଚନା ହେବ ବୋଲି ସୂଚନା ମିଳିଛି ।

Leave a comment

Your email address will not be published. Required fields are marked *