orissaleads

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

ଟାଟୁ ବିବାଦ, ଦୁଇ ଗିରଫ

ଟାଟୁ ବିବାଦ, ଦୁଇ ଗିରଫ

ଆର୍ଥିକ ବର୍ଷ-୨୫ରେ ୧.୨୫ ଲକ୍ଷ ନିଯୁକ୍ତି ଦେବ ଭାରତୀୟ ଟେକ୍ ଶିଳ୍ପ

ଆର୍ଥିକ ବର୍ଷ-୨୫ରେ ୧.୨୫ ଲକ୍ଷ ନିଯୁକ୍ତି ଦେବ ଭାରତୀୟ ଟେକ୍ ଶିଳ୍ପ

ଟ୍ରମ୍ପଙ୍କୁ ଲାଲ ଆଖି ଦେଖାଇଲା ହମାସ

ଟ୍ରମ୍ପଙ୍କୁ ଲାଲ ଆଖି ଦେଖାଇଲା ହମାସ

ବାଇକ୍ ଚୋରି ଗ୍ୟାଙ୍ଗ୍‌କୁ ଧରିଲା ପୁଲିସ: ୧୨ ଗାଡ଼ି ସହିତ ଡୁପ୍ଲିକେଟ୍ ଚାବି ଜବତ

ବାଇକ୍ ଚୋରି ଗ୍ୟାଙ୍ଗ୍‌କୁ ଧରିଲା ପୁଲିସ: ୧୨ ଗାଡ଼ି ସହିତ ଡୁପ୍ଲିକେଟ୍ ଚାବି ଜବତ

Blog Post

orissaleads > ଜିଲ୍ଲା > ଯାଜପୁର > ମୃତ ଅର୍ଜିତଙ୍କ ଭାଇଙ୍କୁ ମରଣାନ୍ତକ ଆକ୍ରମଣ, କଟକ ସ୍ଥାନାନ୍ତରିତ

ମୃତ ଅର୍ଜିତଙ୍କ ଭାଇଙ୍କୁ ମରଣାନ୍ତକ ଆକ୍ରମଣ, କଟକ ସ୍ଥାନାନ୍ତରିତ

ଓଡ଼ିଶା ଲିଡ୍ସ(ଯାଜପୁର): ଧର୍ମଶାଳା ଥାନା ଅନ୍ତର୍ଗତ ଜାରକାର ଅଜୟ କୁମାର ଜେନାଙ୍କ ଏକମାତ୍ର ପୁଅ ଅର୍ଜିତ ଜେନାଙ୍କୁ କ୍ରସର ମାଲିକ, ତାଙ୍କ ମ୍ୟାନେଜର ଓ ତାଙ୍କ ଭଣଜା ଅତି ଅମାନୁଷିକ ଭାବେ ମାଡ଼ ମାରି ହତ୍ୟା କରିଥିବା ଅଭିଯୋଗ ହୋଇଥିଲା ବେଳେ ଆଜି ମୃତ ଅର୍ଜିତଙ୍କ ମାଉସୀ ପୁଅ ଭାଇଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ କଟକ ପଠା ଯାଇଛି । ଯାଜପୁର ଜିଲ୍ଲା ଜେନାପୁର ଥାନା ଅନ୍ତର୍ଗତ ରାହାଡ଼ପୁରରେ ଥିବା ଜ୍ଞାନରଞ୍ଜନ ମହାପାତ୍ରଙ୍କ ପଦ୍ମାବତୀ କ୍ରସରରେ କ୍ୟାସିୟର ଭାବେ କାର୍ଯ୍ୟ କରୁଥିଲେ ମୃତ ଅର୍ଜିତ। ଅର୍ଥ ତୋଷରପାତ ଅଭିଯୋଗରେ କ୍ରସର ସହିତ ଜ୍ଞାନରଞ୍ଜନଙ୍କ ଆରୁହାସ୍ଥିତ ଘରେ ଅର୍ଜିତଙ୍କୁ କ୍ରସରର ମ୍ୟାନେଜର ଏବଂ ଭଣଜାଙ୍କ ସମେତ ଅନ୍ୟ କିଛି ଲୋକ ବର୍ବୋରଚିତ ଭାବେ ମାଡ଼ ମାରିଥିଲେ । ଏପରିକି ତାଙ୍କ ଶରୀରରେ ଲୁହା ରଡ଼କୁ ପଚାଇ ଚେଙ୍କ ଦେଇ ଓ ଗରମ ତେଲ ଢାଳି ତାଙ୍କୁ ପାଶବିକ ନିର୍ଯ୍ୟାତନା ମଧ୍ୟ ଦିଆଯାଇଥିଲା । ସୂଚନା ପାଇ ଅର୍ଜିତଙ୍କ ମାଆ ଏବଂ ତାଙ୍କ ମାଉସୀ ପୁଅ ଭାଇ ଢେଙ୍କାନାଳ ଜିଲ୍ଲା ନିହଲପ୍ରସାଦ ଥାନା ଅନ୍ତର୍ଗତ ଚଣ୍ଡିଆ ଗ୍ରାମର ସୁଜିତ ଜେନା ଆକ୍ରମଣକାରୀଙ୍କ କବଳରୁ ଗୁରୁତର ଆହତ ଅବସ୍ଥାରେ ଅର୍ଜିତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଚିକିତ୍ସାଧିନ ଅବସ୍ଥାରେ ସେଠାରେ ଶ୍ରମିକ ଦିବସ ଦିନ ତାଙ୍କର ମୃତ୍ୟୁ ହୋଇଥିଲା । ସୁଜିତ ହିଁ ମୃତକ ଅର୍ଜିତ ଜେନାଙ୍କ ହତ୍ୟାର କାରଣ ଜାଣିଥିଲେ ଏବଂ ଆକ୍ରମଣକାରୀଙ୍କୁ ମଧ୍ୟ ଚିହ୍ନିଥିଲେ ବୋଲି ଚର୍ଚ୍ଚା ହେଉଛି । ହତ୍ୟାକାଣ୍ଡରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଥିଲେ ସୁଜିତ । ସୁଜିତ ହିଁ ଅର୍ଜିତ ଜେନାଙ୍କ ହତ୍ୟାକାଣ୍ଡ ମାମଲାର ଜଣେ ମୁଖ୍ୟ ସାକ୍ଷୀ ଥିଲେ । ସମ୍ଭବତଃ ପ୍ରମାଣ ନଷ୍ଟ ପାଇଁ ମୁଖ୍ୟ ସାକ୍ଷୀ ସୁଜିତ ଜେନାଙ୍କୁ ସେ ନିଜ ଘରକୁ ଫେରୁଥିବା ସମୟରେ ସଂଧ୍ୟା ସମୟରେ ରମ୍ପେଇ ଛକ ନିକଟରେ କିଛି ଦୁବୁର୍ତ୍ତ ତାଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଥିବା ନେଇ ଅଭିଯୋଗ ହୋଇଛି । ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ ତାଙ୍କୁ ପ୍ରଥମେ ବଡ଼ଚଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ମାତ୍ର ଅବସ୍ଥା ଗୁରୁତର ହେବାରୁ ଡାକ୍ତର ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରିଛନ୍ତି । ଏହି ଘଟଣା ଚଞ୍ଚଲ୍ୟ ସୃଷ୍ଟି କରିଛି । ଗୋଟିଏ ହତ୍ୟା ଘଟଣା ପରେ ଆଉ ଗୋଟିଏ ହତ୍ୟା ପାଇଁ ମରଣାନ୍ତକ ଆକ୍ରମଣ ହେବା ଜିଲ୍ଲାର ଆଇନ ଶୃଙ୍ଖଳାକୁ ପଦାରେ ପକାଇ ଦେଇଛି । ଯାଜପୁର ଜିଲ୍ଲା ପୋଲିସ ଘଟଣାକୁ ଗମ୍ଭୀରତାର ସହ ଗ୍ରହଣ କରି ତ୍ୱରିତ କାର୍ଯ୍ୟାନୁଷ୍ଠାନ ପାଇଁ ପଦକ୍ଷେପ ନେବା ଜରୁରୀ ହୋଇଛି ।

Leave a comment

Your email address will not be published. Required fields are marked *