ଓଡ଼ିଶା ଲିଡ୍ସ(ବ୍ୟୁରୋ):”ଏକ ପୃଥିବୀ, ଏକ ସ୍ୱାସ୍ଥ୍ୟ ପାଇଁ ଯୋଗ” ଶୀର୍ଷକ ବାର୍ତ୍ତା ସହ ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମଠାରେ ରାଜ୍ୟସ୍ତରୀୟ ଯୋଗ ସମାରୋହ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅନ୍ୟ ମାନଙ୍କ ସହିତ ଯୋଗାଭ୍ୟାସ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ‘ଯୋଗ’ ହେଉଛି ବିଶ୍ୱ ମାନବ ସମାଜକୁ ଭାରତର ଏକ ମହାର୍ଘ୍ୟ ଉପହାର । ଯୋଗ ମଣିଷକୁ ସୁସ୍ଥ ଓ ନିରୋଗ ରଖିବାର ପ୍ରକୃଷ୍ଟ ମାଧ୍ୟମ ।
