ଓଡ଼ିଶା ଲିଡ୍ସ(ବ୍ୟୁରୋ): ଦିଲ୍ଲୀର ଲାଲକିଲ୍ଲା ମେଟ୍ରୋ ଷ୍ଟେସନର ଗେଟ ନମ୍ବର ୧ ନିକଟରେ ଏକ କାରରେ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ବିସ୍ଫୋରଣ ଫଳରେ ନିକଟରେ ଥିବା ୬ଟି କାର, ୬ଟି ବାଇକ ଓ ୪ଟି ଇ-ରିକ୍ସା ଜଳି ଯାଇଛି । ବିସ୍ପୋରଣରେ ୧୦ ଜଣଙ୍କ ମୃତ୍ୟୁ ଘଟିବା ସହିତ ୩୦ରୁ ଉର୍ଦ୍ଧ୍ଵ ଲୋକ ଗୁରୁତର ଆହତ ହୋଇଛନ୍ତି । ଘଟଣା ସ୍ଥଳରେ ୫ରୁ ଅଧିକ ଦମକଳ ଗାଡି ପହଞ୍ଚି ନିଆଁକୁ ଆୟତ କରିଛି । ବିସ୍ଫୋରଣ ପରେ ଭୟଙ୍କର ଅଗ୍ନିକାଣ୍ଡ ମଧ୍ୟ ଘଟିଛି।
ଦିଲ୍ଲୀ ପୁଲିସର ଏକ ଦଳ ଘଟଣାସ୍ଥଳରେ ପହଞ୍ଚିଛି। ଏହା ସହିତ ଡଗ ସ୍କ୍ୱାର୍ଡ ମଧ୍ୟ ଘଟଣା ସ୍ଥଳରେ ପହଞ୍ଚିଛି । ଲାଲକିଲ୍ଲା ନିକଟରେ ଥିବା ବଡ଼ ବଜାର, ଚାନ୍ଦନୀ ଚୌକରେ ପ୍ରତିଦିନ ହଜାର ହଜାର ଲୋକଙ୍କର ସମାଗମ ହୋଇଥାଏ। ଏଭଳି ଜନବହୁଳ ଅଞ୍ଚଳରେ ବଡ଼ ଧରଣର ବିସ୍ଫୋରଣ ଘଟିଥିବାରୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି ।




















