ଓଡ଼ିଶା ଲିଡ୍ସ(ବ୍ୟୁରୋ): ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଆଜି ଶପଥ ନେଇଛନ୍ତି ଜଷ୍ଟିସ ସୂର୍ଯ୍ୟକାନ୍ତ । ତାଙ୍କୁ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ ଓ ଗୋପନୀୟତାର ଶପଥପାଠ କରାଇଥିଲେ । ଜଷ୍ଟିସ ସୂର୍ଯ୍ୟକାନ୍ତ ଦେଶର ୫୩ ତମ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି । ଗତମାସ ୩୦ ତାରିଖରେ ତାଙ୍କୁ ଏହି ପଦରେ ନିଯୁକ୍ତି ଦିଆଯାଇଥିଲା । ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ କାର୍ଯ୍ୟକାଳ ୨୦୨୭ ଫେବ୍ରୁଆରୀ ମାସ ୯ ତାରିଖରେ ଶେଷ ହେବ ।




















